ଦ୍ୱିତୀୟ ବିବରଣ 16

ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

Deuteronomy 16:8 (UKJV) Six days you shall eat unleavened bread: and on the seventh day shall be a solemn assembly to the LORD your God: you shall do no work therein.

6ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।

7ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।

8ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।

9ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।

10ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.