13ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
14ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;
15ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।
16ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।
17କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।