17କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।
18ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।
19ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
20ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।