1ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।
2ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
3ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
4ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
5ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।