4ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
5ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।
6ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।
7ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
8ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;