6ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।
7ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
8ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
9ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
10ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ।