10ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
11କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
12ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
13ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
14କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।