ଦ୍ୱିତୀୟ ବିବରଣ 18

ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।

Deuteronomy 18:13 (UKJV) You shall be perfect with the LORD your God.

11କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।

12ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।

13ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।

14କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।

15ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.