ଦ୍ୱିତୀୟ ବିବରଣ 18

ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।

Deuteronomy 18:17 (UKJV) And the LORD said unto me, They have well spoken that which they have spoken.

15ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।

16କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”

17ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।

18ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।

19ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.