ଦ୍ୱିତୀୟ ବିବରଣ 18

ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।

Deuteronomy 18:19 (UKJV) And it shall come to pass, that whosoever will not hearken unto my words which he shall speak in my name, I will require it of him.

17ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।

18ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।

19ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।

20ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।

21ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.