ଦ୍ୱିତୀୟ ବିବରଣ 18

ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।

Deuteronomy 18:20 (UKJV) But the prophet, which shall presume to speak a word in my name, which I have not commanded him to speak, or that shall speak in the name of other gods, even that prophet shall die.

18ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।

19ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।

20ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।

21ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’

22କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.