19ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେଉଁ ଯେଉଁ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା।
20ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ।
21ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
22କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”