ଦ୍ୱିତୀୟ ବିବରଣ 18

ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।

Deuteronomy 18:3 (UKJV) And this shall be the priest's due from the people, from them that offer a sacrifice, whether it be ox or sheep; and they shall give unto the priest the shoulder, and the two cheeks, and the maw.

1ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।

2ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।

3ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।

4ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।

5କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.