3ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
4ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
5କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
6ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
7ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।