6ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
7ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
8ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
9ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
10ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,