ଦ୍ୱିତୀୟ ବିବରଣ 19

ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

Deuteronomy 19:12 (UKJV) Then the elders of his city shall send and fetch him thence, and deliver him into the hand of the avenger of blood, that he may die.

10ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।

11ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;

12ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

13ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।

14ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.