ଦ୍ୱିତୀୟ ବିବରଣ 19

ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।

Deuteronomy 19:13 (UKJV) Yours eye shall not pity him, but you shall put away the guilt of innocent blood from Israel, that it may go well with you.

11ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;

12ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।

13ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।

14ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।

15ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.