ଦ୍ୱିତୀୟ ବିବରଣ 19

ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;

Deuteronomy 19:18 (UKJV) And the judges shall make diligent inquisition: and, behold, if the witness be a false witness, and has testified falsely against his brother;

16ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,

17ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।

18ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;

19ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

20ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.