ଦ୍ୱିତୀୟ ବିବରଣ 19

ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।

Deuteronomy 19:20 (UKJV) And those which remain shall hear, and fear, and shall henceforth commit no more any such evil among you.

18ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;

19ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

20ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।

21ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.