19ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
20ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
21ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।