1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
2ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।
3ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
4ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;
5ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।