5ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।
6ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।
7ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।
8ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
9ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;