8ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
9ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
10(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
11ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
12ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।