ଦ୍ୱିତୀୟ ବିବରଣ 2

ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।

Deuteronomy 2:12 (UKJV) The Horims also dwelt in Seir in time past; but the children of Esau succeeded them, when they had destroyed them from before them, and dwelt in their position; as Israel did unto the land of his possession, which the LORD gave unto them.

10(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।

11ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।

12ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।

13“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।

14କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.