16ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
17ସଦାପ୍ରଭୁ ମୋତେ କହିଲେ,
18“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
19ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
20(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;