18“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
19ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
20(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
21ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
22ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।