ଦ୍ୱିତୀୟ ବିବରଣ 2

ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।

Deuteronomy 2:23 (UKJV) And the Avims which dwelt in Hazerim, even unto Azzah, the Caphtorims, which came forth out of Caphtor, destroyed them, and dwelt in their position.)

21ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।

22ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।

23ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।

24“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।

25ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.