22ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
23ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
24“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
25ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
26ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,