26ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
27“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
28ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
29ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
30ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।