ଦ୍ୱିତୀୟ ବିବରଣ 2

ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।

Deuteronomy 2:32 (UKJV) Then Sihon came out against us, he and all his people, to fight at Jahaz.

30ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।

31ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”

32ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।

33ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।

34ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.