31ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
32ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
33ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
34ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
35କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।