32ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
33ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
34ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
35କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
36ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।