ଦ୍ୱିତୀୟ ବିବରଣ 2

କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।

Deuteronomy 2:35 (UKJV) Only the cattle we took for a prey unto ourselves, and the spoil of the cities which we took.

33ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।

34ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।

35କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।

36ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।

37କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.