2ତହୁଁ ସଦାପ୍ରଭୁ ମୋତେ କହିଲେ,
3“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
4ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
5ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
6ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।