ଦ୍ୱିତୀୟ ବିବରଣ 2

ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।

Deuteronomy 2:5 (UKJV) Meddle not with them; for I will not give you of their land, no, not so much as a foot breadth; because I have given mount Seir unto Esau for a possession.

3“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।

4ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।

5ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।

6ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।

7କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.