4ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
5ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
6ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
7କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
8ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।