1ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
2ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,
3ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।