10ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।
11ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।
12ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।
13ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।
14ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।