16ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
17ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
18ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।
19ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ।
20କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।