ଦ୍ୱିତୀୟ ବିବରଣ 20

ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,

Deuteronomy 20:2 (UKJV) And it shall be, when all of you are come nigh unto the battle, that the priest shall approach and speak unto the people,

1ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।

2ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,

3ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।

4କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.