ଦ୍ୱିତୀୟ ବିବରଣ 20

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”

Deuteronomy 20:4 (UKJV) For the LORD your God is he that goes with you, to fight for you against your enemies, to save you.

2ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,

3ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।

4କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”

5ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।

6ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.