6ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।
7ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”
8ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”
9ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।
10ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।