ଦ୍ୱିତୀୟ ବିବରଣ 20

ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।

Deuteronomy 20:9 (UKJV) And it shall be, when the officers have made an end of speaking unto the people that they shall make captains of the armies to lead the people.

7ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍‍ଦାନ କରି ତାହାକୁ ବିବାହ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।”

8ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”

9ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।

10ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।

11ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.