8ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
9ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
10ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
11ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
12ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;