16ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।
17ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
18ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
19ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ;
20ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”