1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
2ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।
3ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।
4ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।