18ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
19ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ;
20ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
21ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
22ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।