20ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
21ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
22ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।
23ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।