4ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।
5ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
6ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
7ଆଉ ସେମାନେ ଉତ୍ତର ଦେଇ କହିବେ, “ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।
8ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;