7ଆଉ ସେମାନେ ଉତ୍ତର ଦେଇ କହିବେ, “ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।
8ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
9ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
10ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
11ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,